ଚନ୍ଦକା ଏସ୍‌ଓଜି କ୍ୟାମ୍ପରେ ପ୍ରଶିକ୍ଷଣ ବେଳେ ଅଘଟଣ: ହ୍ୟାଣ୍ଡ ଗ୍ରେନେଡ୍‌ ବିସ୍ଫୋରଣ ଯୋଗୁ ଜଣେ ହାବିଲଦାର୍‌ ଶହୀଦ, ୨ ଆହତ

ବାରଙ୍ଗ,୭।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚନ୍ଦକାଥାନା ଅଧୀନରେ ଥିବା ଏସ୍‌ଓଜି କ୍ୟାମ୍ପ୍‌ରେ ପ୍ରଶିକ୍ଷଣ ଦେବା ବେଳେ ମଙ୍ଗଳବାର ଜଣେ ପ୍ରଶିକ୍ଷକ ତଥା ହାବିଲଦାର ଶହୀଦ ହୋଇଛନ୍ତି। ଘଟଣାରେ ଅନ୍ୟ ଦୁଇଜଣ ଆହତ ମଧ୍ୟ ହୋଇଛନ୍ତି। ଶହୀଦ ହାବିଲଦାର୍‌ ହେଲେ ପ୍ରକାଶ ସାହୁ। ଅପରାହ୍ନ ୪ଟାରେ ପ୍ରକାଶ ହ୍ୟାଣ୍ଡ ଗ୍ରେନେଡ୍‌ ବିସ୍ଫୋରଣ ବିଷୟରେ ପ୍ରଶିକ୍ଷଣ ଦେଉଥିବାବେଳେ ବିସ୍ଫୋରଣ ଘଟିଥିଲା। ଫଳରେ ହାବିଲଦାରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇ ଚିକିତ୍ସାଧୀନ ଥିବା ସୂଚନା ମିଳିିଛି ।

Share