Categories: ଜାତୀୟ

‘ଚନ୍ଦ୍ରଯାନ-୨’ର ପ୍ରଥମ ଚିତ୍ର ଜାରି କଲା ଇସ୍ରୋ

ହାଇଦ୍ରାବାଦ୍‌, ୧୨।୬: ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର ଚନ୍ଦ୍ରକୁ ଯିବା ପାଇଁ ପ୍ରସ୍ତୁତି ଚଳାଇଛି ଭାରତ। ଆସନ୍ତା ୯ରୁ ୧୬ ତାରିଖ ମଧ୍ୟରେ ଇସ୍ରୋ ଚନ୍ଦ୍ରକୁ ଏହାର ଦ୍ୱିତୀୟ ଅଭିଯାନ ଚନ୍ଦ୍ରଯାନ-୨ ପଠାଇବ। ଏହା ପୂର୍ବରୁ ମଡ୍ୟୁଲ୍ସଗୁଡିକର ପ୍ରଥମ ଚିତ୍ର ବୁଧବାର ଇସ୍ରୋ ପକ୍ଷରୁ ଜାରି କରାଯାଇଛି। ଶ୍ରୀହରିକୋଟାରୁ ଚନ୍ଦ୍ରଯାନ-୨ ଜିଏସଏଲଭି ମ୍ୟାକ-୩ ଜରିଆରେ ସେପ୍ଟେମ୍ବର ୬ ତାରିଖରେ ଚନ୍ଦ୍ରରେ ଅବତରଣ କରିବ। ଚନ୍ଦ୍ରକୁ ଏହି ମିଶନରେ ତିନୋଟି ମଡ୍ୟୁଲ ରହିଛି । ସେଗୁଡିକ ହେଉଛି ଅର୍ବିଟର୍‌, ଲ୍ୟାଣ୍ଡର୍‌-ବିକ୍ରମ ଓ ରୋବର୍‌-ପ୍ରଜ୍ଞାନ। ସେଗୁ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ହୋଇସାରିଛି। ମଡ୍ୟୁଲଗୁଡିକ ଇସ୍ରୋ ଉପଗ୍ରହ ପରୀକ୍ଷଣ କେନ୍ଦ୍ରରେ ପରୀକ୍ଷା କରାଯାଇସାରିଛି। ଚନ୍ଦ୍ରର ଦକ୍ଷିଣ ଗୋଲାର୍ଦ୍ଧକୁ ଏକ ରୋଭର ପଠାଇ ଭାରତ ବିଶ୍ୱର ଏକମାତ୍ର ଦେଶ ଭାବେ ଇତିହାସ ସୃଷ୍ଟି କରିବାକୁ ଯାଉଛି।

Share