ଚାନ୍ଦବାଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟବ୍ରତ ମନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ନଗର ଉନ୍ନୟନ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି। ସତ୍ୟବ୍ରତଙ୍କ ବିରୋଧରେ ଜାଲିଆତି, ବେଆଇନ ନିଯୁକ୍ତି, କାଗଜପତ୍ର ହେରଫେର ଭଳି ଗୁରୁତର ଅଭିଯୋଗ ଅଣାଯାଇଥିବା ସୂଚନା ମିଳିଛି। ପୂର୍ବରୁ ସେ ଚୌଦ୍ୱାର ପୌରସଂସ୍ଥାର କାର୍ଯ୍ୟନିର୍ବାହୀ ଅଧିକାରୀ ଥିଲେ।

Share