ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା ବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତ ପୁରୁଷ ବୋଲି ଜିଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି। ସୁରଟରୁ ଫେରିବା ପରେ ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇ ସେମାନଙ୍କ ସ୍ବାବ ପରୀକ୍ଷା କରାଯାଇଥିଲା। ତେବେ ଶନିବାର ଆସିଥିବା ରିପୋର୍ଟରେ ସେମାନଙ୍କର କରୋନା ପଜିଟିଭ୍‌ ବାହାରିିଛି। ସୂଚନାଯୋଗ୍ୟ, ଗୁରୁବାର କପ୍ତିପଦା ବ୍ଲକରେ ୪ଜଣ ସୁରଟ ଫେରନ୍ତା କରୋନା ପଜିଟିଭି ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ସୁରଟ ଫେରନ୍ତା ଏବେ ଜିଲା ପ୍ରଶାସନର ଚିନ୍ତା ବଢାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗ୍ରେସ୍ ମାର୍କ ଦେଲେ ପ୍ରଧାନମନ୍ତ୍ରୀ, କହିଲେ ବଡ଼ କଥା

ଭୁବନେଶ୍ୱର,୬ା୧: ଜାନୁଆରୀ ୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଏନେକ ନେତା ତାଙ୍କୁ...

‘୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି’

ଭୁବନେଶ୍ୱର,୬ା୧: ଦର୍‌ଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି। ଲୋୟର ପିଏମ୍‌ଜିଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦର ବୃଦ୍ଧି ପ୍ରସଙ୍ଗରେ...

ନୂଆ ରାଜ୍ୟପାଳଙ୍କୁ ଭେଟିଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୬ା୧: ସୋମବାର ରାଜଭବନ ପରିସରରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତିଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।...

ରାସ୍ତା ମଝିରେ ଗର୍ଜିଲେ ନବୀନ, ଭାଜପା କହିଲା…

ଭୁବନେଶ୍ୱର,୬।୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ...

ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ...

ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ...

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ...

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri