ବାରିପଦା ଅଫିସ/ବେତନଟୀ,୨୫ା୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଦହିକୁଟି ପଞ୍ଚାୟତ ଅନ୍ତର୍ଗତ ଖମାରି ଗ୍ରାମର କେତେକ ଲୋକଙ୍କ ମାଡ଼ରେ ଜଣେ ଚୋରର ମୃତ୍ୟୁ ଘଟିଛି। ଏନେଇ ପୋଲିସ ଏକ ମାମଲା(ନଂ.୯୫/୨୦୨୦) ରୁଜୁ କରି ୫ ଜଣଙ୍କୁ ଗିରଫ କରିଛି। ମୃତକ ହେଲେ କ୍ରିଷ୍ଣା ବେହେରା ଓରଫ(କନ୍ଦା)। ତାଙ୍କ ଘର ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ରାଣୀବନ୍ଧ ନିକଟ ଛୁରିଣୀ ଗ୍ରାମରେ। ଗିରଫ ଅଭିଯୁକ୍ତ ଗିରିଶ ଚନ୍ଦ୍ର ପଣ୍ଡା, ଗୁଣନିଧି ମହାନ୍ତ, ଜନ୍ମେଞ୍ଜୟ ମହାନ୍ତ, ବାଇଧର ମହାନ୍ତ ଓ ଇମେଜ ମହାନ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରାଯିବ ବୋଲି ଥାନା ଆଇଆଇସି ଅଶୋକ କୁମାର ନାୟକ କହିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗତ ବୁଧବାର ବିଳମ୍ବିତ ରାତିରେ ମୃତ କ୍ରିଷ୍ଣା ବେତନଟୀ ଥାନା ଅଧୀନ ଖମାରି ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରକୁ ଚୋରି କରିବା ପାଇଁ ଯାଇଥିଲେ। ଗ୍ରାମବାସୀ ଧରି ପକାଇବା ପରେ ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ମାରି ବେତନଟୀ ପୋଲିସକୁ ଜଣାଇଥିଲେ। ଗୁରୁବାର ସକାଳେ ପୋଲିସ ଗ୍ରାମରେ ପହଞ୍ଚି କ୍ରିଷ୍ଣାଙ୍କୁ ଉଦ୍ଧାର କରି ପ୍ରଥମେ ବେତନଟୀ ଓ ପରେ ବାରିପଦାସ୍ଥିତ ପିଆରଏମ୍ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ସାରେ ତାଙ୍କର ମୃତ୍ୟୁ ଘଟିିଥିଲା। ମୃତକଙ୍କ ମା’ ଶବ ଚି଼ହ୍ନଟ କରିବା ପରେ ପୋଲିସ ବ୍ୟବଚ୍ଛେଦ କରାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...
ଲିକ୍ ହୋଇ ଫାଟିଲା ରନ୍ଧନ ଗ୍ୟାସ୍ ସିଲିଣ୍ଡର, ଘରେ ଥିଲେ…
କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...
Archives


