ଛତ୍ରପୁର,୨୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗସ୍ତ ଅବସରରେ ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଛନ୍ତି। ସେଠାରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ରାଜ୍ୟପାଳ କରାପଲି ଅଭିମୁଖେ ଯାତ୍ରା କରିଛନ୍ତି।