ଛାଡିଲା ବର୍ଷା, ଆସୁଛି କୁହୁଡ଼ି: ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ଦୁଇ ଦିନ ହେବ ଲାଗିରହିଥିବା ବର୍ଷା ଏବେ ଛାଡ଼ିଯାଇଛି। ଆଗକୁ କୁହୁଡ଼ି ଆସୁଛି। ଏ ନେଇ ବିଭିନ୍ନ ଜିଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାରଠାରୁ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ତେଣୁ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Share