ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବାରିପଦା ଅଫିସ,୨୧।୧୧:ମୟୁରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଏକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ହୋଇ ଥିବା ଅଭିଯୋଗ ହୋଇଛି। ଗତ ଶୁକ୍ରବାର ଉକ୍ତ ମହାବିଦ୍ୟାଳୟର ଜଣେ ଅଧ୍ୟାପକ ସ୍ପେଶାଲ କ୍ଲାସ କରିବା ପାଇଁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଡାକିଥିଲେ। ଜଣେ ଛାତ୍ରୀଙ୍କୁ ଏକୁଟିଆ ଦେଖି ଅଧ୍ୟାପକ ଜଣକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ନେଇ ଛାତ୍ରୀ ଜଣଙ୍କ ମହାବିଦ୍ୟାଳୟ ଅଧ୍ୟକ୍ଷାଙ୍କୁ ଜଣାଇଥିଲେ। କିନ୍ତୁ ସେ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ଗୁରୁବାର ମହାବିଦ୍ୟାଳୟରେ ଉତ୍ତେଜନା ଦେଖାଯାଇଛି। ଛାତ୍ରୀଛାତ୍ରମାନେ ମହାବିଦ୍ୟାଳୟର ମୁଖ୍ୟ ଫାଟକ ବନ୍ଦ କରି ଆନ୍ଦୋଳନ କରିଛନ୍ତି।

Share