ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ନେଇ ଅନୁଗୋଳ ଜିଲା ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଶନିବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଏଥିସହ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।