ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ

ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଏଥିରେ ନୁହୁରାଣୀ ନାଳର ଅବବାହିକାରେ ଚାଷ ହୋଇଥିବା ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ବିଶ୍ୱସ୍ଥ ସୂତ୍ରରୁ ଖବରପାଇ ଅବକାରୀ ଏସ୍‌ପି ସୁରେଶ ଚନ୍ଦ୍ର ନାୟକଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଅବକାରୀ ଡିଏସ୍‌ପି କ୍ରିଷ୍ଣା ନାୟକଙ୍କ ନେତୃତ୍ୱରେ ଅନୁଗୋଳ ଅବକାରୀ ବିଭାଗର ମୋବାଇଲ ଇନ୍ସପେକ୍ଟର ଦିଲୀପ କୁମାର ବେହେରା, ଏସ୍‌ଆଇ ପ୍ରଭାସ ଚୌଧୁରୀ, ଏଏସ୍‌ଆଇ ଜାକିର ହୁସେନ, ବିଜୟ ସାମଲ ପ୍ରମୁଖଙ୍କ ସହ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ। ଚଢ଼ାଉରେ ଏକ ଏକର ସ୍ଥାନରେ ଲାଗିଥିବା ୩୪ଶହରୁ ଅଧିକ ଗଞ୍ଜେଇ ଗଛଗୁଡ଼ିକୁ ପୋଡ଼ି ଦିଆଯାଇଥିଲା। ଏଥିସହ ଗଞ୍ଜେଇ ଲାଗିଥିବା ସ୍ଥାନଗୁଡ଼ିକ ରାଜସ୍ବ ନିରୀକ୍ଷକଙ୍କ ଦ୍ୱାରା ଚିହ୍ନଟ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅବକାରୀ ଡିଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri