ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ ଗୁରୁବାର ବନ ବିଭାଗ ଉଦ୍ଧାର କରିଛି। ପରେ ସାପଟିକୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡ଼ି ଦିଆଯାଇଛି। ସାପଟି ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଗ୍ରାମକୁ ଚାଲି ଆସିଥିଲା। ତେବେ ପ୍ରଭାକରଙ୍କ ଛେଳି ଗୁହାଳେ ଏହା ପଶିଥିବା ବେଳେ ଧରାପଡ଼ିଥିବା ସୂଚନା ମିଳିଛି।