Categories: ଜାତୀୟ

ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ଭାଜପା ନେତା ତଥା ଆଇନଜୀବି ଅଶ୍ୱିନୀ କୁମାର ଉପାଧ୍ୟାୟ କରିଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟରେ ଭାଜପା ନେତା ଅଶ୍ୱିନୀ କୁମାର ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରେଜେଣ୍ଟେଶନ ଦେଇଥିଲେ। ସେ ସମୟରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଗଠିତ ସମ୍ବିଧାନ ସମିକ୍ଷା କମିଶନ ଦ୍ୱାରା ସମ୍ବିଧାନର ଅନୁଚ୍ଛେଦ ୪୭ଏ ଯୋଡିବା ଓ ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ ପାଇଁ ପ୍ରସ୍ତାବ ଦେଇଥିଲେ।

Share