ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଆଉ ୬ ମାସ ବଢ଼ାଇବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ଏହା ଜୁନ୍ ୨୦ରୁ ଆରମ୍ଭ ହେବାକୁ ଯାଉଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି। ୨୦୧୮ ଜୁନ୍ ୨୦ରୁ ଜମ୍ମୁ-କଶ୍ମୀରରେ ରାଜ୍ୟପାଳ ଶାସନ ଓ ଡିସେମ୍ବରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିବାବେଳେ ଆଇନଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆସି ନ ଥିବାରୁ ଏହାକୁ ଆଉ ୬ ମାସ ବଢ଼ାଇବା ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସି ଅନୁମୋଦନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବୀକୃତି ପରେ ଏହା କାର୍ଯ୍ୟକାରୀ ହେବ।