Categories: ଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୪।୩: ପାକିସ୍ତାନ ନିଜ କାର୍ଯ୍ୟରୁ ବାଦ୍‌ ପଡ଼ୁନି। ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାକୁ ଉଦ୍ୟମ କରୁଛି। ଇତିମଧ୍ୟରେ ବୁଧବାର ଜମ୍ମୁ-କଶ୍ମୀର ବଦଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ବଦଗାମରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ୍‌ କରିଥିଲେ। ଆତଙ୍କବାଦୀ ଗିରଫଦାରି ଭୟରେ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଏବେ ବି ଗୁଳି ବିନିମୟ ଜାରି ରହିଛି। ଅପରପକ୍ଷେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦି କରାଯାଇ ସର୍ଚ୍ଚ ଅପରେଶନ୍‌ କରାଯାଇଥିବା ଜଣାପଡ଼ିଛି।

Share