Categories: ଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୧।୫: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଗୁରୁବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଅନ୍ୟଜଣେ ଯବାନଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଏହାପୂର୍ବରୁ ବୁଧବାର ଶ୍ରୀନଗର ଉପକଣ୍ଠ ପଣ୍ଡାଚ ଅଞ୍ଚଳରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଥିଲେ।

Share