Categories: ଜାତୀୟ

ଜମ୍ମୁ କଶ୍ମୀର ବଡଗାମରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୬: ଜମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବବନ୍ଦି କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଆତଙ୍କବାଦୀମାନେ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ମୃତଦେହ ଠାବ କରାଯାଇଛି। ଏଥିସହ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଦୁଇ ପକ୍ଷରୁ ଏବେ ପର୍ଯ୍ୟନ୍ତ ଗୁଳିବିନିମୟ ଜାରି ରହିଛି।

Share