ଜଷ୍ଟିସ ମହମ୍ମଦ ରଫିକ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହାପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ୍‌ ରଫିକ୍‌ଙ୍କ ନାମକୁ ସୁପାରିଶ କରିଥିଲେ।
ଜଷ୍ଟିସ୍‌ ରଫିକ୍‌ ରାଜସ୍ଥାନ ବିଶ୍ୱବିଦ୍ୟାଳୟରୁ ଆଇନ ଡିଗ୍ରୀ ହାସଲ କରିବା ପରେ ୧୯୮୪ରେ ରାଜସ୍ଥାନର ବାର୍‌ କାଉନସିଲରେ ଆଡଭୋକେଟ୍‌ ଭାବରେ ନାମ ଲେଖାଇଥିଲେ। ଜଷ୍ଟିସ୍‌ ରଫିକ୍‌ ଆଇନର ପ୍ରାୟ ସମସ୍ତ ଶାଖାରେ ବିଶେଷକରି ସାମ୍ବିଧାନିକ ତଥା ସେବା ପ୍ରସଙ୍ଗ ତଥା ଜମି ଅଧିଗ୍ରହଣ ମାମଲାରେ ଅଭ୍ୟାସ କରିଥିଲେ। ସେ ୧୯୯୯ ଜାନୁୟାରୀ ୭ରୁ ରାଜସ୍ଥାନ ପାଇଁ ଅତିରିକ୍ତ ଆଡ୍‌ଭୋକେଟ ଜେନେରାଲ ଭାବରେ ନିଯୁକ୍ତ ହୋଇଥିଲେ। ମେ’ ୨୦୦୬ ରାଜସ୍ଥାନ ହାଇକୋର୍ଟର ବେଞ୍ଚକୁ ଉନ୍ନୀତ ହେବା ପର୍ଯ୍ୟନ୍ତ ସେ ସେହି ପଦବୀରେ କାର୍ଯ୍ୟ କରିଥିଲେ।
୧୩ ନଭେମ୍ବର ୨୦୧୯ରେ ଜଷ୍ଟିସ୍‌ ରଫିକ୍‌ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ପରିଚୟପତ୍ର ସଂଶୋଧନ ପାଇଁ ଶିକ୍ଷକ ନେଲେ ହଜାରେ, ‘ଭୁଲ୍‌’ ପଚାରିବାରୁ ମହିଳାଙ୍କୁ ମାଡ଼

ମହାକାଳପଡ଼ା,୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହିଳାଙ୍କ ଭୋଟ ପରିଚୟପତ୍ର ସଂଶୋଧନ କରିବାକୁ ଜଣେ ଶିକ୍ଷକ ହଜାରେ ଟଙ୍କା ନେଇଥିଲେ। ଏହା ଠିକ୍‌ ଭାବେ ସଂଶୋଧନ ନ ହେବାରୁ...

ମହାନଦୀ ବଞ୍ଚିଲେ ଚାଷ ବଞ୍ଚିବ

ବରଗଡ଼୍‌,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ସମାଜବାଦୀ ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ...

ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୯: ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର...

ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri