ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି

କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ସଂକ୍ରମଣ ନ ବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରିବା ସହ ଚାରିଆଡ଼େ ସାନିଟାଇଜେସନ୍‌ କାର୍ଯ୍ୟକୁ ଜୋରଦାର କରାଯାଉଛି। ଗ୍ରୋସରୀ ଦୋକାନ, ପରିବା, ମାଛ, ମାଂସ ଦୋକାନ ଆଦିରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଅପରପକ୍ଷରେ ଜିଲାରେ ଲକ୍‌ଡାଉନ ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।

Share