ଜିଲାପାଳ ଡାକିଲେ ବୈଠକ: ଗଞ୍ଜାମରେ ସ୍ବଳ୍ପ ବୃଷ୍ଟି, ଆଶଙ୍କାରେ ଚାଷୀ

ଛତ୍ରପୁର,୧୯ା୭(ଡି.ଏନ.ଏ)- ଗଞ୍ଜାମ ଜିଲାରେ ସ୍ବଳ୍ପ ବୃଷ୍ଟି ଯୋଗୁ ଚାଷକାର୍ଯ୍ୟ ବ୍ୟାହତ ହୋଇଛି। ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କୃଷି ବିଭାଗ ସହ ଅନ୍ୟାନ୍ୟ ବିଭାଗ ଅଧିକାରୀଙ୍କୁ ନେଇ ଗୁରୁବାର ଏକ ଜରୁରୀ ବୈଠକ କରି କାର୍ଯ୍ୟ ଖସଡା ପ୍ରସ୍ତୁତ କରିଛନ୍ତି। ଜିଲାରେ ଖରିଫ୍‌ ଋତୁରେ ମୁଖ୍ୟ ହେଉଛି ଧାନଚାଷ। ଏଠାରେ ଚାଷକାର୍ଯ୍ୟ ଆଗୁଆ ଆରମ୍ଭ ହୋଇଥାଏ। ୪ ଲକ୍ଷ ହେକ୍ଟର ଚାଷ ଜମି ମଧ୍ୟରୁ ଅର୍ଦ୍ଧାଧିକରେ ଧାନ ଚାଷ ହୋଇଥାଏ। ଜୁଲାଇ ମଧ୍ୟ ଭାଗ ସୁଦ୍ଧା ଜିଲାରେ ୨୨୦ ମି.ମି. ବର୍ଷା ହେବା କଥା। ହେଲେ ଯାଏ ମାତ୍ର ୭୦ ମି.ମିରେ ସୀମିତ ରହିଛି। ଧାନତଳି ସମୟ ଅତିକ୍ରାନ୍ତ ହୋଇଯାଇଛି। ଏହି ଅବସ୍ଥାରେ ପ୍ରଶାସନ ଚାଷୀଙ୍କ ନିକଟତର ହେବା ପାଇଁ ଜିଲାପାଳ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ସଅଳ କିସମ ଧାନଗୁଡିକର ବିହନ ପୁନର୍ବାର ସଂଗୃହୀତ ହେବ। ପ୍ରାଥମିକ ସେବା ସମବାୟ ସମିତି ଜରିଆରେ ଚାଷୀଙ୍କୁ ଆବଣ୍ଟନ ହେବ। ଅଣଧାନ ଫସଲ ଯଥା ମୁଗ, ବିରି, ଚିନାବାଦାମ ଆଦି ବିହନ ପର୍ଯ୍ୟାପ୍ତ ମାତ୍ରାରେ ଚାଷୀଙ୍କୁ ଯୋଗାଇ ଦିଆଯିବ। ଧନେଇ, ବାଘୁଆ, ହରଭଙ୍ଗୀ ଓ ଋଷିକୁଲ୍ୟା ପ୍ରକଳ୍ପ ଜଳକୁ ନିୟନ୍ତ୍ରିତ କରି ଚାଷ ଜମିରେ ଜଳସେଚିତ କରାଯିବ। ଏପରିି ପରିସ୍ଥିତିରେ ଚାଷୀ କଣ କରିବା ଉଚିତ୍‌ ତାର ଏକ ପ୍ରଚାର ପତ୍ର ଓଡିଆ ଭାଷାରେ ଲିପିବଦ୍ଧ ହୋଇ ଜିଲାରେ ବଣ୍ଟାଯିବ। କୃଷି ବିଭାଗ ସୋସିଆଲ ମିଡିଆର ବ୍ୟାପକ ବ୍ୟବହାର କରି ଚାଷୀମାନଙ୍କ ପାଖରେ ବାର୍ତ୍ତା ପହଞ୍ଚାଇବେ। ଉଦ୍ୟାନ, କୃଷି ବିଭାଗ ପକ୍ଷରୁ ଆକାଶବାଣୀ ମାଧ୍ୟମରେ ଚାଷୀ ମାନଙ୍କୁ ପରାମର୍ଶ ଦେବେ। ପ୍ରଧାନମନ୍ତ୍ରୀ କୃଷିବୀମାକୁ ବ୍ୟାପକ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଅବଧି ଜୁଲାଇ ୩୧ ତାରିଖ ଥିବା ସ୍ଥଳେ ବୃଦ୍ଧି କରିବା ପାଇଁ ଜିଲାପାଳ ରାଜ୍ୟ ସରକାରଙ୍କୁ ଚିଠି ଲେଖିବେ। ରାଜସ୍ବ ନିରୀକ୍ଷକ, ଗ୍ରାମ ସେବକ ଓ ବୀମା କମ୍ପାନୀର ଏଜେଣ୍ଟ ମିଳିତ ଭାବେ ଗ୍ରାମୱାରୀ ସ୍ବଳ୍ପ ବୃଷ୍ଟିର ସର୍ଭେ କରିବେ। ଏଥିରେ ଗ୍ରାମକୁ ଏକକ ଭାବେ ନିଆଯିବ। ଚାଷ ବ୍ୟାହତ ହେଲେ ସମ୍ପୃକ୍ତ ଚାଷୀ କିପରି ବୀମା ରାଶି ପାଇପାରିବ ସେଥିପ୍ରତି ଯତ୍ନଶୀଳ ହେବାକୁ ଜିଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି ଋଣ ପାଇଁ ଚଳିତ ବର୍ଷ ୪୬୩ କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ସ୍ଥଳେ ଏହା ପୂରଣ ହୋଇପାରୁ ନ ଥିବାରୁ ଋଣ ମେଳା ଆୟୋଜନ କରି ଧାର୍ଯ୍ୟଲକ୍ଷ୍ୟ ପୂରଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ୧୬୬୨ ଉଠାଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ରଖାଯିବ। ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ବୃକ୍ଷ ରୋପଣ କରିବାକୁ ଗ୍ରାମ୍ୟ ଉନ୍ନୟନ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ଆଇଏଏସ୍‌ ପ୍ରୋବେସନ କୀର୍ତ୍ତି ଭାସନ ଭି , ଡେପୁଟି କଲେକ୍ଟର ଦିବ୍ୟଲୋଚନ ମହନ୍ତ, କୃଷି ଉପନିର୍ଦ୍ଦେଶକ ମନୋଜ କୁମାର ବେହେରା, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଦିଗମ୍ବର ପଣ୍ଡା ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି।...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri