ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ

ନୟାଗଡ଼ ଅଫିସ,୨୬ା୧: ନୟାଗଡ଼ ଜିଲା ସଦର ମହକୁମା ପୋଲିସ ଟ୍ରେନିଂ ପଡିଆରେ ରବିବାର ୭୧ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ୫୩ ଟ୍ରୁପ ଭାଗନେଇ ପରେଡ ପ୍ରଦର୍ଶନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଡା. ପୋମା ଟୁଡୁ, ଡିଏଫ୍‌ଓ ଧନରାଜ ଏଚ୍‌ଡି, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟଅତିଥି ଜିଲାର ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ପରେ ମନ୍ତ୍ରୀ ଦାଶ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ।

Share