ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ ଅଭିବାଦନ ଗ୍ରହଣ କରିଥିଲେ। ଏହା ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ବିନୀତ୍‌ ଭରଦ୍ୱାଜ ଓ ଏସ୍‌ପି ଅବିନାଶ କୁମାର ମଧ୍ୟ ଉପସ୍ଥିତ ଥିଲେ। ଏହା ପରେ ମନ୍ତ୍ରୀ ଜେନା ପିଆରଏମ୍‌ ମେଡିକାଲ କଲେଜକୁ ଯାଇ ରୋଗୀମାନଙ୍କୁ ଫଳ ବଣ୍ଟନ କରିବା ସହିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।