ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ : ୨୦୧୮-୧୯ରେ ଗଲାଣି ୪ ଜୀବନ

ଅନୁଗୋଳ ଅଫିସ, ୮।୬ – ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାରେ ଏଡ୍‌ସ ରୋଗର ଭୟାବହତା ଦୃଷ୍ଟିରୁ ଏହାର ନିୟନ୍ତ୍ରଣ ପାଇଁ ବ୍ୟାପକ ଜନସଚେତନତା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ସେହିପରି ଚିକିତ୍ସିତ ବ୍ୟକ୍ତିମାନେ ଯେପରି ଅଧାରୁ ଚିକିତ୍ସା ନ ଛାଡ଼ନ୍ତି ସେଥିପାଇଁ ବିଭାଗୀୟ ଅଧିକାରୀ ସଜାଗ ରହିବାକୁ ସେ ପରାମର୍ଶ ଦେଇଥିଲେ।
ଶିଳ୍ପ ସଂସ୍ଥା ଗୁଡ଼ିକର ପାରିପାର୍ଶ୍ୱିକ ଅଞ୍ଚଳରେ ଟ୍ରକ୍‌ ଚାଳକ ଓ ହେଲପରମାନଙ୍କୁ ନେଇ ନିୟମିତ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଏହାଛଡ଼ା କିନ୍ନରମାନଙ୍କୁ ନେଇ ଏକ ସ୍ବତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ବୈଠକରେ ସ୍ଥିର କରାଯାଇଥିଲା। ସେହିପରି ଆକ୍ରାନ୍ତଙ୍କ ପାଇଁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସରକାରୀ ସୁବିଧା ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲାରେ ଥିବା ୮ଟି ଆଇସିଟିସିରେ ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା କରିବା ପାଇଁ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଛି। ଜିଲା ଏଡ୍‌ସ ନିରାକରଣ ଓ ନିୟନ୍ତ୍ରଣ ୟୁନିଟ୍‌ରେ ଚାଲୁଥିବା କୁଲରଗୁଡ଼ିକ ପାଇଁ ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ବ୍ୟବସ୍ଥା କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ୮ଟି ଆଇସିଟିସି ମଧ୍ୟରୁ ଲାବୋରୋଟୋରୀ ଟେକ୍ନିସିଆନ ନ ଥିବା ୫ଟିରେ ଜିଲା ଖଣିଜ ପାଣ୍ଠିରୁ ଟେକ୍ନିସିଆନ ନିୟୋଜିତ କରାଯିବ। ଡିପିଏମ୍‌ ଜିଲା ଏଡ୍‌ସ ନିବାରଣ ଡା. ପ୍ରମିଳା ହୋତା ଜିଲାରେ ଏଡ୍‌ସ ରୋଗ ସମ୍ପର୍କରେ ପ୍ରସ୍ତୁତ ହୋଇଥିବା ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ୨୦୦୩ ଠାରୁ ବର୍ତ୍ତମାନ ସୁଧା ଏଡ୍‌ସ୍‌ରେ ୩୮୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦୧୮-୧୯ ଏପ୍ରିଲ ସୁଦ୍ଧା ୪ ଜଣ ପ୍ରାଣ ହରାଇଛନ୍ତି। ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା ୧୮୫୩ ଜଣଙ୍କଠାରେ ଏଡ୍‌ସ୍‌ ଭୂତାଣୁ ଥିବା ପରୀକ୍ଷାରୁ ଜଣାପଡ଼ିଛି। ପ୍ରାରମ୍ଭରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରତାପ କୁମାର ବେହେରା ଏହି ରୋଗର ଭୟାବହତା ଓ ନିୟନ୍ତ୍ରଣ ଉପରେ ଆଲୋକପାତ କରିଥିଲେ। ଜିଲା ଯକ୍ଷ୍ମା ନିରାକରଣ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ପରିବର୍ତ୍ତିତ ଜାତୀୟ ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମ ସମ୍ପର୍କରେ ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ଏଆରଟି ସେଣ୍ଟରର ଏସ୍‌ଏମ୍‌ଓ ଡା. ଶାସ୍ବତ ସାଗର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଜେଏସ୍‌ପିଏଲର ଜିଏମ୍‌ (ସିଏସ୍‌ଆର୍‌) ପୁଷ୍ପଲତା ଶତପଥୀ, ଡିପିଏମ୍‌ଏନ୍‌ଏଚଏମ୍‌ ବିଶ୍ୱରଞ୍ଜନ ରଥ, ଦି ମେଡିକ୍ସର ଡା. ଦିଲୀପ ସାହୁ, ବିଭିନ୍ନ ବିଭାଗର ଡାକ୍ତର, ଶିଳ୍ପ ସଂସ୍ଥାର କର୍ମକର୍ତ୍ତା, ସାମାଜିକ କର୍ମୀ ଓ ବିଭିନ୍ନ ବିଭାଗର ଜିଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri