ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ସଂସ୍କୃତି ଭବନ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ବିଧାୟକ ସଞ୍ଜୀବ ମଲିକ, ସ୍ବାଧୀନତା ସଂଗ୍ରାମୀ ଶ୍ୟାମସୁନ୍ଦର ବେହେରା, ରାମହରି ଗୋସ୍ବାମୀ, ଗୌରୀସ୍ବାମୀ ଗୋସାମୀ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରା ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।