Advertisement

ଜୁନ୍‌ ୬ରୁ ଯୁକ୍ତ ୨ ନାମ ଲେଖା ଆବେଦନ: ଜୁଲାଇ ୨୪ରୁ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, ୧।୬(ବ୍ୟୁରୋ): ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ ୨) ସମେତ ସେଲ୍ଫ ଫାଇନାନ୍ସ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍‌ ୬ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର କେବଳ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଅଫ୍‌ଲାଇନ୍‌ରେ କୌଣସି ଫର୍ମ ଗ୍ରହଣ କରାଯିବ ନାହିଁ। ଫର୍ମ ପୂରଣ କରିବା ପୂର୍ବରୁ ଛାତ୍ରୀଛାତ୍ରମାନେ କମନ୍‌ ଆପ୍ଲିକେସନ ଫର୍ମ(ସିଏଏଫ୍‌)କୁ ଭଲ ଭାବେ ପଢ଼ିବାକୁ ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଜୁନ୍‌ ୬ ପୂର୍ବାହ୍ନ ୧୧ଟାରୁ www.samodisha.gov.in ଓ୍ବେବ୍‌ସାଇଟ୍‌ରେ ସିଏଏଫ୍‌ ଉପଲବ୍ଧ ହେବ। ଜୁନ୍‌ ୨୦ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଜୁନ୍‌ ୨୮ରୁ ଜୁଲାଇ ୨ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଜୁଲାଇ ୮ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ତଥା କଟ୍‌ ଅପ୍‌ ମାର୍କ ତାଲିକା ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୯ରୁ ୧୧ ମଧ୍ୟରେ ନାମ ଲେଖା ହେବ। ଜୁଲାଇ ୧୬ରେ ବଳକା ସିଟ୍‌ ତାଲିକା ପ୍ରକାଶ କରାଯିବ। ଜୁଲାଇ ୨୦ରୁ ୨୨ ତାରିଖ ମଧ୍ୟରେ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଜୁଲାଇ ୨୪ରୁ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆମ୍ଭ ହେବ ବୋଲି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share