Categories: ଜାତୀୟ

ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର, ଏମ୍ସ ଗଲେ ମୋହନ ଭାଗବତ

ନୂଆଦିଲ୍ଲୀ,୧୮।୮:ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ତାଙ୍କୁ ତାଙ୍କ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରଖାଯାଇଛି। ଆରଏସଏସ ମୁଖ୍ୟ ମୋହନ ଭାଗବତ ରବିବାର ଏମ୍ସରେ ପହଞ୍ଚି ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ପ୍ରମୁଖ ଅରୁଣ ଜେଟଲୀଙ୍କୁ ଏମ୍ସ ଯାଇ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଏହା ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଗୃହ ମନ୍ତ୍ରୀ ଅମିତ ଶାହା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଏମ୍ସ ଯାଇଥିଲେ। ସୂଚନାଯୋଗ୍ୟ, ଅଗଷ୍ଟ ୯ରେ ଜେଟଲୀଙ୍କୁ ନିଃଶ୍ୱାସପ୍ରଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ଯୋଗୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏହା ପରଠାରୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାରେ ଲାଗିଛି।

Share