ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ ଶେଷ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏଥିରେ ପ୍ରାୟ ୪୮ ଲକ୍ଷ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥିପାଇଁ ୬,୦୬୬ ବୁଥ କରାଯାଇଥିବା  ମୁଖ୍ୟ ନିର୍ବାଚନ ଅଧିକାରୀ ବିନୟ କୁମାର ଚୌବେ କହିଛନ୍ତି । ଏହି ପର୍ଯ୍ୟାୟରେ ଜାମସେଦପୁର ଇଷ୍ଟରୁ ପ୍ରାର୍ଥୀ ଥିବା ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ଭାଗ୍ୟ ମଧ୍ୟ ପରୀକ୍ଷା ହେବ।

Share