Categories: ଜାତୀୟ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ

ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ପାଖକୁ ଲିଗାଲ ନୋଟିସ ପଠାଇଛନ୍ତି। ତାଙ୍କ ଭାବମୂର୍ତ୍ତି କ୍ଷୁଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ୟମ କରୁଛନ୍ତି। ସେ ୫୦୦ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି କିଣିଥିବା ରଘୁବର ମିଥ୍ୟା ଅଭିଯୋଗ କରିଛନ୍ତି। ୭ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ସର୍ବସାଧାରଣରେ କ୍ଷମା ନ ମାଗିଲେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଓକିଲ ନୋଟିସରେ ଉଲ୍ଲେଖ କରାଯାଇଛି। ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ତାଙ୍କ ଛବି ଖରାପ କରିବାକୁ ମୁଖ୍ୟମନ୍ତ୍ରୀ ଉଦ୍ୟମ ଚଳାଇଥିବା ସୋରେନ୍‌ କହିଛନ୍ତି।

Share