କଣିହାଁ, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ଟୋଲକବେଡା ଗ୍ରାମର ପଞ୍ଚାନନ ସାହୁ(୫୮) ଗୁରୁବାର ଟିକିରା ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ପୋଲିସ ତାଙ୍କ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଘଟଣାରୁ ଜଣାପଡିଛି, ପଞ୍ଚାନନ କେନ୍ଦୁପତ୍ର ଫଡିରେ କାମ କରିବାକୁ ଯାଇଥିବାବେଳେ ନିକଟସ୍ଥ ଟିକିରା ନଦୀକୁ ଯାଇଥିଲେ। ସେଠାରେ ଗାଧୋଉଥିବାବେଳେ ଗୋଡ ଖସିଯିବାରୁ ସେ ପାଣିରେ ବୁଡ଼ି ଯାଇଥିଲେ। କଣିହାଁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି କଣିହାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଟାଉନ ଥାନା ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ତାଳଚେର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।