ଟିପିସିଓଡିଏଲ୍‌ ପକ୍ଷରୁ ନୂତନ ପ୍ରକଳ୍ପର ଶିଳାନ୍ୟାସ

ଭୁବନେଶ୍ୱର,୨୯।୧୨:ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ର ନୂତନ ପ୍ରକଳ୍ପ କଟକ ୪୨ମୌଜାସ୍ଥିତ ବରାଳଠାରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି। ବିଶେଷ କରି କଟକ ୪୨ ମୌଜାସ୍ଥିତ ବରାଳଠାରେ ଏକ ନୂତନ ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନର ଶିଳାନ୍ୟାସ କରାଯାଇଛି। ଏହି ଅବସରରେ କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶିଳାନ୍ୟାସ କରିଛନ୍ତି। ଉକ୍ତ ଶିଳାନ୍ୟାସ ସମାରୋହରେ ଟିପିସିଓଡିଏଲ୍‌ ମୁଖ୍ୟ ଅପରେସନ୍‌, ଟିପିସିଓଡିଏଲ୍‌ କଟକ ସର୍କଲ ମୁଖ୍ୟ, ସ୍ଥାନୀୟ ସରପଞ୍ଚ, ଜିଲ୍ଲା ପରିଷଦ ସଭ୍ୟ, ସମିତି ସଭ୍ୟ, ବ୍ଲକ ଉପାଧ୍ୟକ୍ଷ ଏବଂ ଅନ୍ୟାନ୍ୟ ଅଧିକାରୀ ଓ ଗ୍ରାମବାସୀମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ପୂର୍ବରୁ ଲୋ’ଭୋଲଟେଜ୍‌ ଏବଂ ଅନିୟମିତ ବିଦ୍ୟୁତ ଯୋଗାଣ ସମସ୍ୟା ଯୋଗୁଁ ହେଉଥିବା ସମସ୍ୟାକୁ ଏହି ନୂତନ ସବ୍‌ଷ୍ଟେସନ ସୁଧାରିବାକୁ ଯାଉଛି, ସବ୍‌ଷ୍ଟେସନ କାର୍ଯ୍ୟକ୍ଷମ ହେବା ପରେ ସମ୍ପୃକ୍ତ ଅଞ୍ଚଳର ଦଶ ହଜାରରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ପ୍ରାୟ ୬ଟି ଗ୍ରାମ ପଞ୍ଚାୟତକୁ ଯଥେଷ୍ଟ ଲାଭ ପ୍ରଦାନ କରିବ।
ଏ ସମ୍ପର୍କରେ ଟିପିସିଓଡିଏଲର ସିଇଓ ଅରବିନ୍ଦ ସିଂହ କହିଛନ୍ତି, ଏହି ପଦକ୍ଷେପ ଆମେ ସେବା ପ୍ରଦାନ କରୁଥିବା ଗୋଷ୍ଠୀକୁ ଏକ ବିଶ୍ୱସନୀୟ ଏବଂ ଦକ୍ଷ ବିଦ୍ୟୁତ ଯୋଗାଣ ପାଇଁ ଆମର ପ୍ରତିବଦ୍ଧତା। ବିଶେଷ କରି ବରାଳ, ୪୨ମୌଜା, କଟକ ପ୍ରକଳ୍ପ ଉକ୍ତ ଅଞ୍ଚଳର ଶକ୍ତି ଭିତିଭୂମିର ବିକାଶ ପାଇଁ ଆମର ସମର୍ପଣର ପ୍ରମାଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri