ଟୋକନ ଥାଇ ମଧ୍ୟ ପଞ୍ଚାୟତ ବାହାର ଛାତ୍ରୀଛାତ୍ରଙ୍କୁ ମିଳୁନି ଚାଉଳ

ବୈପାରିଗୁଡା,୫।୪(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ରାଜ୍ୟରେ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରାଯାଇଛି। ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ଆବସିକ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ତେବେ ସ୍କୁଲ ବନ୍ଦ ହେବା ପୂର୍ବରୁ ପିଲାଙ୍କୁ ୩ମାସର ଚାଉଳ ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏବେ ଯୋଗାଣ ବିଭାଗ ପକ୍ଷରୁ ପ୍ରତ୍ୟେକ ଗାଁରେ ହିତାଧିକାରୀ ଓ ସ୍କୁଲ ପିଲାଙ୍କୁ ଚାଉଳ ଦିଆଯାଉଛି। ତେବେ ପଞ୍ଚାୟତ ବାହାର ସ୍କୁଲ ବିଶେଷ କରି ଆବାସିକ ବିଦ୍ୟାଳୟ ପିଲାଙ୍କ ପାଇଁ ଏବେ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ନିଜ ପଞ୍ଚାୟତ ବଦଳରେ ଯେଉଁ ପଞ୍ଚାୟତ ଅନ୍ତର୍ଗତ ସଂପୃକ୍ତ ବିଦ୍ୟାଳୟ, ସେଠାରୁ ହିଁ ଚାଉଳ ଆଣିବାକୁ କୁହାଯାଉଛି। ହେଲେ ଲକଡାଉନ୍ ପରିସ୍ଥିତିରେ ଦୂର ଜାଗାକୁ ଯାଇ ଚାଉଳ ଆଣିଵା ସମ୍ଭବ ହେଉନାହିଁ। ପ୍ରକାଶ ଯେ, ବୈପାରିଗୁଡା ବ୍ଲକ କୋଲାର ପଞ୍ଚାୟତ ଅନ୍ତର୍ଗତ ଚପଡିଆଗୁଡା ଗ୍ରାମର ଚନ୍ଦ୍ର ଗାଦଵାଙ୍କ ଝିଅ ରାଧିକା ଗାଦଵା ବ୍ଲକର ଗୁପ୍ତେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଶିରିବେଡ଼ା ହଷ୍ଟେଲରେ ରହି ପାଠ ପଢନ୍ତି। ରବିବାର ଝିଅର ଚାଉଳ ପାଇଁ ଚନ୍ଦ୍ର ପଞ୍ଚାୟତକୁ ଯାଇଥିଲେ। କିନ୍ତୁ ସେଠାରେ ତାଙ୍କୁ ଚାଉଳ ନ ଦେଇ ଫେରାଇ ଦିଆଯାଇଥିଲା। ଏ ସମ୍ପର୍କରେ ଯୋଗାଣ ଅଧିକାରୀ ହରି ଶରଣ ମଲ୍ଲିକଙ୍କୁ ଯୋଗାଯୋଗ କରିବାରୁ ଶିକ୍ଷା ବିଭାଗ ପକ୍ଷରୁ ସମ୍ପୃକ୍ତ ବିଦ୍ୟାଳୟ ରହିଥିବା ପଞ୍ଚାୟତ ଗୁଡ଼ିକୁ ହିତାଧିକାରୀ ତାଲିକା ଦିଆଯାଇଛି। ତେଣୁ ପିଲାମାନଙ୍କୁ ସେଠାରେ ହିଁ ଚାଉଳ ମିଳିବ ବୋଲି କହିଛନ୍ତି। ତେଣୁ ନିୟମ ନ ବଦଳିଲେ ଜିଲାରେ ବାହାର ପଞ୍ଚାୟତର ଶହ ଶହ ଆଦିବାସୀ ଓ ହରିଜନ ଛାତ୍ରୀଛାତ୍ର ଚାଉଳ ପାଇବାରୁ ବଞ୍ଚିତ ହେବେ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri