ଟ୍ରକ୍‌କୁ ପଛରୁ ପିଟିଲା ବାଇକ୍‌, ଚାଳକ ଗୁରୁତର

କୋରେଇ,୨୬।୯(ସ୍ବ.ପ୍ର.):  କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଧନେଶ୍ୱର-ଆଲିଆ ମଝିରେ ବୁଧବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ଭାରସାମ୍ୟ ହରାଇ ବାଇକ ପିଟି ହୋଇଛି। ଫଳରେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ବାଇକ୍‌ ଚାଳକ ଜଣଙ୍କ ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତର କ୍ଷୀରୋ ଗ୍ରାମର ରାଧାକାନ୍ତ ନାୟକ (୩୧)। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଣିକୋଇଲି ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରୁ କଟକ ସ୍ଥାନାନ୍ତର କରାଯାଇଛି। ରାଧାକାନ୍ତ ରାତିରେ ବାଇକ୍‌ରେ ଯାଜପୁରରୋଡରୁ ଘରକୁ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲେ।

Share