ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର,୨୧।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ରାଇବଣିଆ ଏକ ଆଦିବାସୀ ଅଧ୍ୟୁୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ଥିବା ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ରାଇବଣିଆ ଅଞ୍ଚଳର ଜନସାଧାରଣ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହୋଇଛି। ଶିଖରପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ଏମବିବିଏସ୍‌ ଡାକ୍ତର ନ ଥିବାରୁ ସୁଦୂର ଜଳେଶ୍ୱର ହସ୍‌ପିଟାଲ ଉପରେ ନିର୍ଭର କରୁଛନ୍ତି। ଏଥିପାଇଁ ଶିଖରପୁର ପଞ୍ଚାୟତର ସରପଞ୍ଚ ହରେକୃଷ୍ଣ ଗିରି, ସମିତିସଦସ୍ୟ ଝାଡ଼େଶ୍ୱର ଦାସ, ସମାଜସେବୀ ମିହିର କୁମାର ଆଚାର୍ଯ୍ୟଙ୍କ ନେତୃତ୍ୱରେ ପଞ୍ଚାୟତର ମହିଳା ଓ ପୁରୁଷମାନେ ୭ ଦଫା ଦାବିରେ ଜଳେଶ୍ୱର ତହସିଲ କାଯର୍‌ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣାରେ ବସିଥିଲେ। ଧାରଣାସ୍ଥଳରେ ଜଳେଶ୍ୱର ଭାରପ୍ରାପ୍ତ ତହସିଲଦାର କ୍ଷୀରୋଦ ଚନ୍ଦ୍ର ପଣ୍ଡା ଓ ସିଡିଏମ୍‌ଓଙ୍କ ପ୍ରତିନିଧି ଭାବେ ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଭାସ ଚନ୍ଦ୍ର ନାୟକ ପହଞ୍ଚତ୍ ଧାରଣାକାରୀଙ୍କ ସହ ଆଲୋଚନା କରି ଦାବି ପୂରଣ ଦିଗରେ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଦାବିଗୁଡିକ ମଧ୍ୟରେ ଜଣେ ଏମବିବିଏସ୍‌ ଡାକ୍ତର ନିଯୁକ୍ତି, ଆୟୁର୍ବେଦିକ ଡାକ୍ତର ଥିବା ବେଳେ ଆବଶ୍ୟକ ମୁତାବକ ଆୟୁର୍ବେଦିକ ଔଷଧ ଯୋଗାଇ ଦେବା, ସ୍ଥାୟୀ ସୁଇପର ନିଯୁକ୍ତି କରିବା, ଡାକ୍ତର ଓ କର୍ମଚାରୀମାନଙ୍କର ରହିବା ପାଇଁ ଗୃହ ନିର୍ମାଣ କରିବା, ଡାକ୍ତରଖାନା ଚତୁଃପାର୍ଶ୍ୱରେ ପାଚେରି ନିର୍ମାଣ କରିବା, ସ୍ଥାୟୀ ଜଗୁଆଳି ନିଯୁକ୍ତି, ଡାକ୍ତରଖାନା ପରିସରରେ ଉଜ୍ଜଳ ଆଲୋକ ବ୍ୟବସ୍ଥା କରିବା ଆଦି ଅନ୍ତର୍ଭୁକ୍ତ। ଧାରଣାରେ ପରେଶ ଚନ୍ଦ୍ର ପ୍ରଧାନ, ଅଜୟ ମଣ୍ଡଳ, ଶ୍ୟାମସୁନ୍ଦର ଦାସ, ଶାନ୍ତିଲତା ବେହେରା, ଅନ୍ନପୂର୍ଣ୍ଣା ଓଝା, କବିତା ରାଣୀ ଓଝା, ବିଷ୍ଣୁପ୍ରିୟା ଜେନା, ବନଜା ଦାସ, ଗୀତାଞ୍ଜଳି ଜେନା, ପ୍ରଭାତୀ ଦାସ, କବିତା ଜେନା, ସବିତା ଜେନା, ଯାମିନୀ ଦାସ ପ୍ରମୁଖ ବହୁ ମହିଳା ଓ ପୁରୁୁଷ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri