ତପସ୍ବିନୀ ଟ୍ରେନ୍‌ ରହଣି ପାଇଁ ଡିଆରଏମ୍‌ଙ୍କ ନିକଟରେ ଦାବି

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରେ ୨ ମିନିଟ୍‌ ତାପସ୍ବିନୀ ଟ୍ରେନ୍‌ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ ଡିଆର୍‌ଏମ୍‌ଙ୍କ ନିକଟରେ କେସିଙ୍ଗା ସିଟିଜେନ ଫୋରମର ସଭାପତି ତଥା କଳାହାଣ୍ଡି ରେଳଯାତ୍ରୀ ସଂଘର ମୁଖ୍ୟ ପରାମର୍ଶଦାତା, ଜେଡ୍‌ଆରୟୁ ସିସି ମେମ୍ବର ଭୁବନେଶ୍ୱର ଡା. ହେମସାଗର ସାହା ସମ୍ବଲପୁର ରେଳ ଡିଭିଜନର ନୂତନ ଡିଆରଏମମ୍‌ ସୁବାସ ଚନ୍ଦ୍ର ଚୌଧୁରୀଙ୍କୁ ତାଙ୍କ ସମ୍ବଲପୁରସ୍ଥିତ କାର୍ଯ୍ୟାଳୟରେ ଗତକାଲି ସାକ୍ଷାତ କରି ବିଭିନ୍ନ ସମସ୍ୟା ଉପରେ ଦାବି କରିଛନ୍ତି। କେସିଙ୍ଗା ରେଲଓ୍ବେ ଷ୍ଟେଶନର ବିଭିନ୍ନ ପ୍ଲାଟଫର୍ମରେ ଥିବା ସମସ୍ୟା ଦୂର କରିବା ସମେତ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନରେ ଦୁଇ ମିନଟ୍‌ ତପସ୍ବିନୀ ଟ୍ରେନ୍‌ ରହିବା ପାଇଁ ଦାବି କରିଛନ୍ତି। ଏହି ରେଲଓ୍ବେ ଷ୍ଟେଶନରୁ ଭୁବନେଶ୍ୱର, କଟକ, ପୁରୀ, ବିଶାଖାପାଟଣା, ଦୁର୍ଗ, ଆଦି ଦୂର ଯାତ୍ରା କରିବାକୁ ଯାତ୍ରୀମାନେ କେସିଙ୍ଗା, ଟିଟିଲାଗଡ଼ , ଭବାନୀପାଟଣା ଦୂର ରେଲଓ୍ବେ ଷ୍ଟେଶନକୁ ଯାଇ ଥାଆନ୍ତି। ଖରା, ବର୍ଷା, ଶୀତ ଋତୁ ଯାତ୍ରୀମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ କାଣ୍ଡେଲ ରୋଡ୍‌ ରେଲଓ୍ବେ ଷ୍ଟେଶନ ତପସ୍ବିନୀ ଟ୍ରେନ୍‌ ଦୁଇ ମିନିଟ୍‌ ରହଣି ପାଇଁ ବହୁ ଦିନରୁ ଦାବି ହୋଇ ଆସୁଛି। କେସିଙ୍ଗା ରେଳ ଷ୍ଟେଶନ ପାର୍କିଂର ସୁବ୍ୟବସ୍ଥା, ପ୍ଲାଟ୍‌୍‌ଫର୍ମ ୨ ଓ ୩ ରେଟି ଷ୍ଟଲର ବ୍ୟବସ୍ଥା,ପ୍ଲାଟ୍‌ଫର୍ମ ୪ରେ ରାସ୍ତାର ଉନ୍ନତି କରଣ ଏବଂ କାଣ୍ଡେଲ ରୋଡ ରେଳଷ୍ଟେଶନ ୧,୨,୩,୪ ପ୍ଲାଟଫର୍ମରେ ପାନୀୟଜଳ, ବିଦ୍ୟୁତ୍‌, ଫଙ୍ଖା,ଶୌଚାଳୟ, ବ୍ୟବସ୍ଥା କରିବାକୁ ଦାବି କରାଯାଇଛି। ଏହି ସବୁ ସମସ୍ୟାର ସମାଧାନ କରିବା ପାଇଁ ଡିଆରଏମ ଚୌଧୁରୀ ପ୍ରତିଶ୍ରୁତି ଦେଇଥିବା ଡ. ସାହା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri