Posted inରାଜ୍ୟ

ତାତି ଯାଉଛି ମହାନଦୀ ଜଳ, ଡହଳବିକଳ ଜଳଚର

ଖଣ୍ଡପଡ଼ା,୧୮ା୪(ସ୍ବ.ପ୍ର.): ସମ୍ପ୍ରତି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିିଛି। ଏଥିଯୋଗୁ ମହାନଦୀର ଜଳ ତାତିଯାଉଛି । ଅସହ୍ୟ ଖରା ଯୋଗୁ କିଛିଦିନ ହେଲା ସକାଳ ୯ଟାଠାରୁ ଲୋକେ ଘରୁ ପଦାକୁ ବାହାରି ପାରୁ ନାହାନ୍ତି । ଗ୍ରୀଷ୍ମ ପ୍ରବାହ ଯୋଗୁ ହାଟ, ବଜାର, ରାସ୍ତା ଜନଶୂନ୍ୟ ହୋଇପଡୁଛି ା ଆଗକୁ ତାପମାତ୍ରା ବୃଦ୍ଧି ପାଇବାର ଆଶଙ୍କା ଥିବାରୁ ଜନ ସାଧାରଣଙ୍କ ମନରେ ଏବେଠାରୁ ଚିନ୍ତା ବଢ଼ିବାରେ ଲାଗିଛି। ତେବେ ପ୍ରଶାସନ ଓ ବିଭିନ୍ନ ମହଲରେ ଏଥିପ୍ରତି ସତର୍କତା ରହିବାକୁ କୁହାଯାଇଛି। ଏବେଠାରୁ ମହାନଦୀର ଜଳସ୍ତର ହ୍ରାସ ପାଇ ମଝିରେ ମଝିରେ ଶୁଖି ବାଲିପଠା ସୃଷ୍ଟି ହେଉଛି। ନଦୀ ମଧ୍ୟରେ ରହି ଖାଦ୍ୟ ଅନ୍ବେଷଣ କରୁଥିବା ଜଳଚର ପ୍ରାଣୀ ପାଣିକୁଆ ଓ ବଗ ତାତିଲା ପାଣିକୁ ସହ୍ୟ କରି ନ ପାରି ବାହାରକୁ ଉଠି ଆସୁଛନ୍ତି । ତେଣୁ ବାଲୁକା ଶଯ୍ୟାରେ ବଗ ଏବଂ ପାଣିକୁଆ ଦଳ ଦଳ ହୋଇ ବୁଲୁଥିବା ଦେଖିବାକୁ ମିଳୁଛି । ଶୀତଦିନରେ ଯେପରି ବିଭିନ୍ନ ଜାତିର ପକ୍ଷୀ ଦଳ ଦଳ ହୋଇ ନଦୀକୁ ଆସିଥାନ୍ତି ସେହିପରି ପାଣି କୁଆମାନେ ଏେବ ନଦୀ କୂଳରେ ଚରାବୁଲା କରୁଥିବା ଦୃଶ୍ୟ ଦେଖିବାକୁ ଜନ ସମାଗମ ବୃଦ୍ଧିପାଉଛି । ସମ୍ପୃକ୍ତ ପକ୍ଷୀମାନେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ପ୍ରାୟ ସାଢେ ୪ଟା ପର୍ଯ୍ୟନ୍ତ ଏକାଠି ହୋଇ ନଦୀ କୂଳରେ ବସୁଥିବା ସୁ୍‌ନ୍ଦର ଦୃଶ୍ୟ ଖୁସି ଲାଗୁଥିବାବେଳେ ଗ୍ରୀଷ୍ମ ପ୍ରବାହ ଏମାନଙ୍କ ପାଇଁ କାଳ ସାଜିଥିବା ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri