ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟ୍‌

ରାଉରକେଲା ଅଫିସ, ୧୧।୭: ରାଉରକେଲା ସେକ୍ଟର ୧୯ ଥାନା ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଘର ନଂ ଏଫ୨୧୨ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଛନ୍ତି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।