ଭୁବନେଶ୍ୱର, ୧୯।୮(ବ୍ୟୁରୋ): ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ କାର, ୨ ବାଇକ୍ ଓ ଗୋଟିଏ ସାଇକେଲ ଜଳିଯାଇଛି। ବିଧାୟକ ଘରେ ନ ଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଘରେ ନିଆଁ ଲଗାଇ ଦେଇଥିବା କୁହାଯାଉଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।