ତିନି ଦିନ ଯାଏ ବର୍ଷା

ଭୁବନେଶ୍ୱର, ୬।୮(ବ୍ୟୁରୋ): ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଶଙ୍କା କରିଛି। ୬ ଓ ୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୮ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ବର୍ଷା ଲାଗି ରହିବ। ତେବେ ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ବର୍ଷା କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ବରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ସହିତ ବଜ୍ରପାତ ହୋଇଥିବା ଜଣାପଡ଼ିଛି।

Share