ତିନି ବଖରା ଜଳିଗଲା

ପୁରୁଣାକଟକ, ୨୫ା୫(ଡି.ଏନ.ଏ.) : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନସିଂହପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାମାଲ ଗ୍ରାମର ଅଚ୍ୟୁତ ମହାନନ୍ଦିଆଙ୍କ ଘରେ ନିଆଁଲାଗି ତିନି ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଶନିବାର ଅପରାହ୍ନ ପ୍ରାୟ ୨ଟା୩୦ରେ ପରିବାରର ସମସ୍ତେ ଶୋଇ ପଡିଥିବା ବେଳେ ଘର ପଛପଟୁ ନିଆଁଲାଗି ଥିଲା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଚାହୁଁଚାହୁଁ ଘର ଜଳି ଯାଇଥିଲା। ଅଗ୍ନିକାଣ୍ଡ ଯୋଗୁ ଘରେ ଥିବା ଧାନ, ଚାଉଳ ଓ ଆସବାବପତ୍ର ଏବଂ ଇନ୍ଦିରା ଆବାସ ଘର ତିଆରି କରିବା ପାଇଁଁ ରଖିଥିବା ୩୦ବସ୍ତା ସିମେଣ୍ଟ ପୋଡିଯାଇଥିଲା। ଖବର ପାଇ ବୌଦ୍ଧ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଦମକଳ ଗାଡି ସହ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ସବୁ କିଛି ଶେଷ ହୋଇଯାଇଥିଲା। ଅଗ୍ନି ବିପନ୍ନ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହେଉଛି।