Posted inଜାତୀୟ

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହାକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡା ଏହି ପ୍ରସଙ୍ଗରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।

ତିରୁପତି ପ୍ରସାଦ ବିବାଦ ଉପରେ ସେ କହିଛନ୍ତି, ଆଜି ମୁଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ସହ କଥା ହୋଇଛି। ମୁଁ ତାଙ୍କଠାରୁ ରିପୋର୍ଟ ମାଗିଛି। ଆମେ ସେଗୁଡିକର ଅନୁସନ୍ଧାନ କରିବୁ। FSSAI ଏହାର ଅନୁସନ୍ଧାନ କରିବ। ମୋଦି ସରକାରଙ୍କ ୧୦୦ ଦିନ ପୂରଣ ହେବାପରେ ତାଙ୍କ ମନ୍ତ୍ରଣାଳୟର କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ଦେବାବେଳେ ସେ ଏହି ବିବୃତ୍ତି ଦେଇଛନ୍ତି।

ଲାବରେଟୋରି ରିପୋର୍ଟରୁ ରିପୋର୍ଟ ଅନୁଯାୟୀ ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଓ ଘୁଷୁରି ଚର୍ବି, ମାଛ ତେଲ ଏବଂ ତାଳତେଲ ରହିଛି। ଏହି ଖବର ପ୍ରକାଶ ପାଇବା ପରେ ଭକ୍ତଙ୍କ ମହଲରେ ହଇଚଇ ସୃଷ୍ଟି ହୋଇଛି।

ଆନ୍ଧ୍ରପ୍ରଦେଶର ଓ୍ବାଇଏସ୍‌ଆର୍‌ସିପି ସରକାର ସମୟରେ ତିରୁପତି ଲଡୁ ପ୍ରସ୍ତୁତିରେ ପ୍ରାଣୀ ଚର୍ବି ଓ ନିମ୍ନମାନର ଉପାଦାନ ବ୍ୟବହାର କରାଯାଉଥିଲା ବୋଲି ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଅଭିଯୋଗ ଆଣିବା ପରେ ଏହି ବିବାଦ ସାମ୍‌ନାକୁ ଆସିଥିଲା। ଏବେ ଏନ୍‌ଡିଡିବି ସିଏଏଲ୍‌ଏଫ୍‌ ନାମକ ଏକ ଘରୋଇ ଗବେଷଣାଗାର ରିପୋର୍ଟରୁ ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ରହିଥିବା ଜଣାପଡ଼ିଛି। ଏହି ଲାବ୍‌ ପ୍ରାଣୀ ଖାଦ୍ୟ ଓ ଦୁଗ୍ଧଜାତ ଦ୍ରବ୍ୟଗୁଡ଼ିକର ପରୀକ୍ଷା କରିଥାଏ। ତିରୁପତି ପ୍ରସାଦମ୍‌ରେ ଘିଅ ବଦଳରେ ପ୍ରାଣୀ ଚର୍ବି ବ୍ୟବହାର କରାଯାଉଥିବା ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ସରକାରଙ୍କୁ ଆନ୍ଧ୍ର ସୂଚନା ପ୍ରଯୁକ୍ତି ମନ୍ତ୍ରୀ ନର ଲୋକେଶ ଟାର୍ଗେଟ କରିଛନ୍ତି। ତିରୁପତିର ତିରୁମାଲାଠାରେ ଥିବା ଭେଙ୍କଟେଶ୍ୱର ସ୍ବାମୀ ମନ୍ଦିର ଆମର ସବୁଠୁ ପବିତ୍ର ମନ୍ଦିର। ସେଠାରେ ପ୍ରସ୍ତୁତ ଲଢ଼ୁରେ ଓ୍ବାଇଏସ୍‌ଆର୍‌ସି ସରକାର ପ୍ରାଣୀ ଚର୍ବି ବ୍ୟବହାର କରୁଥିବା ଜାଣି ମର୍ମାହତ ବୋଲି ଲୋକେଶ ଏକ୍ସ’ରେ ଲେଖିଛନ୍ତି।

ବିଶ୍ୱହିନ୍ଦୁ ପରିଷଦର ରାଷ୍ଟ୍ରୀୟ ମୁଖପାତ୍ର ବିନୋଦ ବଂଶଲ ଏଥିପାଇଁ ଜଗନମୋହନଙ୍କୁ ନିନ୍ଦା କରିଛନ୍ତି। ଆନ୍ଧ୍ରପ୍ରଦେଶର ପୂର୍ବତନ ସରକାର ହିନ୍ଦୁ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବା ସମସ୍ତେ ଜାଣନ୍ତି। ତେବେ ତାହା ଏତେ ତଳ ସ୍ତରକୁ ଖସିଯିବ ବୋଲି କେହି ଆଶା କରିପାରିବେ ନାହିଁ। ଲଡୁରେ ଗୋରୁ ଚର୍ବି ବ୍ୟବହାର କରୁଥିବା ଲୋକମାନଙ୍କୁ ଦଣ୍ଡିତ କରାଯାଉ ବୋଲି ବଂଶଲ ଦାବି କରିଛନ୍ତି। ଲଡୁରେ ପ୍ରକୃତରେ ପ୍ରାଣୀ ଚର୍ବି ବ୍ୟବହାର ହେଉଥିଲା କି ନାହିଁ ତାହା ନିଶ୍ଚିତ କରିବା ପାଇଁ ସିବିଆଇ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ କମିଟି ସଭାନେତ୍ରୀ ଓ୍ବାଇ.ଏସ୍‌. ଶର୍ମିଲା ଦାବି କରିଛନ୍ତି। ଏହା ଅତି ଗମ୍ଭୀର ପ୍ରସଙ୍ଗ। ଅନ୍ୟପକ୍ଷରେ ରାଜନୈତିକ ଫାଇଦା ପାଇଁ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ଯେକୌଣସି ସ୍ତରକୁ ଯାଇପାରିବେ ବୋଲି ଓ୍ବାଇଏସ୍‌ଆର୍‌ସିପିର ବରିଷ୍ଠ ନେତା ତଥା ରାଜ୍ୟ ସଭା ସଦସ୍ୟ ଓ୍ବାଇ.ଭି. ସୁବ୍ବାରେଡ୍ଡୀ ପାଲଟା ଅଭିଯୋଗ କରିଛି। ଚନ୍ଦ୍ରବାବୁଙ୍କ ଏଭଳି ଫମ୍ପା ଅଭିଯୋଗ ଭକ୍ତମାନଙ୍କ ଭାବାବେଗକୁ ଆଘାତ ଦେଇଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri