ଫୁଲବାଣୀ ଅଫିସ, ୨୮ା୮- କ. ନୂଆଗାଁ ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଥିଲା। ଶ୍ରେଣୀ ଗୃହରେ ସାମାନ୍ୟ ବର୍ଷା ହେଲେ ପାଣି ଗଳୁଥିବାରୁ ପିଲାମାନେ ଛତା ଧରି ପାଠ ପଢ଼ୁଥିବା ଦେଖାଯାଇଥିଲା। ଏ ନେଇ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ଚେତା ପଶିଛି ା ପାଣି ଗଳୁଥିବା ଶ୍ରେଣୀଗୃହ ଉପରେ ପ୍ରଥମ ପର୍ଯ୍ୟାୟରେ ଆଜବେଷ୍ଟସ ପକାଯିବା ଆରମ୍ଭ ହୋଇଛି। ନଳକୂପ ସଜଡା ଯାଇଛି ା ଏବେ ସମ୍ପୂର୍ଣ୍ଣ ଶ୍ରେଣୀଗୃହ ପାଇଁ ନୂତନ ଟେଣ୍ଡର ଆହ୍ବାନ କରାଯିବାକୁ ପ୍ରସ୍ତୁତି ସରିଛି ା ମିଳିଥିବା ସୂଚନା ଅନୁସାରେ, ୨୦୧୨ ମସିହାରେ ନୂତନ ଶ୍ରେଣୀଗୃହ ନିର୍ମାଣ ପାଇଁ ୪୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଟେଣ୍ଡର ହୋଇଥିଲା ା ମାତ୍ର କେତେକ ଅନିବାର୍ଯ୍ୟ କାରଣ ଯୋଗୁ ଶ୍ରେଣୀଗୃହ ନିର୍ମାଣ ହୋଇ ପାରି ନ ଥିଲା ା ବର୍ଷ ଗଡିବାରୁ ସମ୍ପୃକ୍ତ ଟେଣ୍ଡରଧାରୀ ସେତିକି ଟଙ୍କାରେ କାମ କରିବା ସମ୍ଭବ ନୁହେଁ ବୋଲି କହି କାମ କରି ନ ଥିଲେ ା ଏ ନେଇ ସେ କୋର୍ଟ ଦ୍ୱାରସ୍ଥ ହୋଇଥିଲେ। ହେଲେ ପିଲାମାନେ ବର୍ଷାରେ ପଢ଼ୁଥିବା ଖବର ପ୍ରକାଶ ପାଇବା ପରେ ଜିଲାପାଳ ଏହାକୁ ଗୁରୁତ୍ୱର ସହ ନେଇ ଟେଣ୍ଡରଧାରୀଙ୍କ ସହ ଘଟଣା ବିଷୟରେ ପଚାରି ବୁଝିଥିଲେ। ପିଲାଙ୍କ ସ୍ବାର୍ଥକୁ ଦେଖି ତୁରନ୍ତ କେସ୍ ଉଠାଇବାକୁ ପରାମର୍ଶ ଦେଇଥିଲେ। ଠିକାଦାର ଜଣକ ରାଜି ହେବାରୁ ଏବେ ନୂତନ ଟେଣ୍ଡର ପାଇଁ ବାଟ ଫିଟିଛି ଏବଂ କାର୍ଯ୍ୟ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଆର୍ଡି (ଗ୍ରାମ୍ୟ ନିର୍ମାଣ ବିଭାଜନ) ବିଭାଗ ପକ୍ଷରୁ ସୂଚନା ମିଳିଛି ା ହେଲେ ନୂତନ ଆଜବେଷ୍ଟସ ଏବଂ ନଳକୂପ କାମ କ.ନୂଆଗାଁ ବ୍ଲକ ପକ୍ଷରୁ ଆରମ୍ଭ ହେବ। ବିଡିଓ ମନୋଜ କୁମାର ତ୍ରିପାଠୀଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟ କରାଯିବ ା ରୋଷେଇ ଘର, ନୂତନ ପାଇଖାନା ନିର୍ମାଣ ଏବଂ ଏକ ନିର୍ମିତ ନୂତନ କୋଠାର ଛାତ ଗ୍ରୀଡିଂ କରାଯିବାକୁ ବିଡିଓ ତାଙ୍କ ରିପୋର୍ଟରେ ଜିଲାପାଳଙ୍କୁ ଅବଗତ କରିଛନ୍ତି। ସୁଚନାଯୋଗ୍ୟ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ୧୦ମ ପର୍ଯ୍ୟନ୍ତ ଶ୍ରେଣୀ ରହିଛି ା ପ୍ରାୟ ୨୦୦ ଛାତ୍ରୀଛାତ୍ର ୬ଟି ଶେଣ୍ରୀ ଗୃହରେ ପାଠ ପଢ଼ୁଛନ୍ତି। ବର୍ଷା ଦିନ ଆସିଲେ ସ୍କୁଲରେ ଛାତ୍ରୀଛାତ୍ରୀମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାରଣ ୪ଟି ଗୃହରେ ଛାତରୁ ବର୍ଷା ପାଣି ପଡୁଛି ା
ତିଲକପଙ୍ଗା ସ୍କୁଲରେ ଛତା ଧରି ପିଲା ପଢ଼ିବା ଘଟଣା: ପ୍ରଶାସନ ଚେତିଲା,ଶ୍ରେଣୀଗୃହ ପାଇଁ ହେବ ନୂଆ ଟେଣ୍ଡର
Posted inଆମ ଜିଲା ଖବର, କନ୍ଧମାଳ View All

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ
ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ...

ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର
ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର
ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ
ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା
ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ
ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ
ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...