Posted inରାଜ୍ୟ

ତୀବ୍ର ଅବପାତରେ ପରିଣତ ହେଲା ଘୂର୍ଣ୍ଣିଝଡ଼, ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓଡ଼ିଶାର ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର, ୨।୧୨: ଦକ୍ଷିଣ ଏବଂ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ଏବଂ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର- ପଶ୍ଚିମ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଆଇଏମ୍‌‌ଡି ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ସାମୁଦ୍ରିକ ଝଡ଼ ଏବେ ତାମିଲନାଡ଼ୁର ପୁଡୁଚେରୀ ଠାରୁ ୫୦୦ କିଲୋମିଟର ଏବଂ ଚେନ୍ନାଇ ଠାରୁ ୫୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି।

ଆସନ୍ତା ୪ ତାରିଖରେ ଏହା ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡ଼ୁ ଉପକୂଳ ନିକଟତର ହେବ। ୫ ତାରିଖରେ ନେଲୋର ଓ ମଚ୍ଛଲିପଟନମ ଉପୂକଳରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସ୍ଥଳଭାଗ ଅତିକ୍ରମ ବେଳେ ପବନର ବେଗ ଘଣ୍ଟାପ୍ରତି ସର୍ବାଧିକ ୧୦୦ କିମି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଠାରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି।

୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବା ସହ ଦକ୍ଷିଣ-ଓଡ଼ିଶାର କିଛି ଜିଲ୍ଲାର ପ୍ରବଳ ବର୍ଷାର ସମ୍ଭାବନା ଅଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟରେ ୭୦ରୁ ୨୦୦ ମିଲିମିଟର ବର୍ଷା ହେବା ନେଇ ବିଭାଗ ଚେତାବନୀ ଦେଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସବୁ ବନ୍ଦରରେ ଏକ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବାବେଳେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।

ସାମୁଦ୍ରିକ ଝଡ଼ ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ପାଞ୍ଚଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଘୂର୍ଣ୍ଣିଝଡ଼ ଯୋଗୁଁ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ପରିସ୍ଥିତି ଦୃଷ୍ଟିରୁ ଆଜିଠାରୁ ୬ ତାରିଖ ଯାଏଁ ଏହି ଜିଲ୍ଲାଗୁଡ଼ିକର ସମସ୍ତ କ୍ଷେତ୍ର କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହିତ ବାତ୍ୟାକୁ ଦୃଷ୍ଟିରେ ରଖି କୃଷକମାନେ ପାଚିଲା ଧାନ ତଥା ଅନ୍ୟାନ୍ୟ ଅମଳ ଯୋଗ୍ୟ ଶସ୍ୟଗୁଡ଼ିକୁ କ୍ଷେତରୁ ଆଣି ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri