Categories: ଜାତୀୟ

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲ୍‌ରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିବା ସୁରକ୍ଷା ପ୍ରବକ୍ତା ସୂଚନା ଦେଇଛନ୍ତି।

Share