Categories: ଜାତୀୟ

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ତେବେ ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତିି ହୋଇ ନ ଥିବା କୁହାଯାଉଛି।

Share