ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ୯ ସହରର ତାପମାତ୍ରା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତର ଲହରି। ଶନିବାର ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। କେନ୍ଦୁଝରରେ ୫.୬, ଝାରସୁଗୁଡ଼ାରେ ୫.୮, ଟିଟଲାଗଡ଼ ୭, ସମ୍ବଲପୁରରେ ୭.୪, ବାଲେଶ୍ୱରରେ ୭.୬, ଅନୁଗୋଳ ୮, ବାରିପଦା ୮.୫, କଟକରେ ୯.୬, ହୀରାକୁଦରେ ୯.୮ ଓ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୧୨ ଡିଗ୍ରୀରେ ପହଞ୍ଚିଛି।

ଆସନ୍ତା ୩ ଦିନ ଯାଏ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଏପରିକି ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଶୀତ ଲହରୀକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Share