ଦକ୍ଷିଣ କୋରିଆରେ ବଢୁଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୭।୨: ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ କୋରିଆରେ ୩୩୪ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧,୫୯୫ରେ। ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଏହା ସେଠାକାର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଦକ୍ଷିଣ କୋରିଆରେ କରୋନା ଭାଇରସ ସଂକ୍ରମଣରେ ଏବେ ସୁଦ୍ଧା ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୨୧,୦୯୭ଜଣଙ୍କ ବ୍ଲଡ ସାମ୍ପୁଲ ଟେଷ୍ଟ ପାଇଁ ପଠାଯାଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, କରୋନା ଭାଇରସ ସଂକ୍ରମଣରେ ଏବେସୁଦ୍ଧା ଚାଇନାରେ ୨,୭୪୪ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୮,୪୯୭ ସଂକ୍ରମିତ ଅଛନ୍ତି। ତେବେ ସାରା ବିଶ୍ୱରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୮୧,୨୦୦ରେ। ଏହାସହ ପାଖାପାଖି ୩୦,୦୦୦ଲୋକ ସୁସ୍ଥ ହୋଇଥିବା ମଧ୍ୟ କୁହାଯାଏ।

Share