ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଅସିତ ତ୍ରିପାଠୀ। କିଛି ଦିନ ତଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିଲେ । ସେ ହେଉଛନ୍ତି ୧୯୮୬ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ।

 

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି, ଯେ କୌଣସି କାର୍ଯ୍ୟର ନିଷ୍ପତ୍ତି ତୁରନ୍ତ ନିଆଯିବ। ବିଭିନ୍ନ ଯୋଜନାରେ ପାରଦର୍ଶିତା ପାଇଁ ୫ଟି ଉପରେ ଗୁରୁତ୍ୱ ଦିଆଯିବ। ଧାର୍ଯ୍ୟ ସମୟ ମଧ୍ୟରେ ସମସ୍ତ ଫାଇଲ ଛାଡିବା ଉପରେ ସେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି।

Share