Categories: ଜାତୀୟ

ଦିଲ୍ଲୀରେ ଲକ୍‌ଡାଉନ୍‌ ଅବଧି ବଢିବ ନାହିଁ: ସ୍ବାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ଭୂତାଣୁ ସଂକ୍ରମଣ ଲଗାତାର ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀସ୍ଥିତି ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୧୮୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୬୮୭ ହୋଇଛି। ସେଥିମଧ୍ୟରୁ ୧୦୮୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଲକ୍‌ଡାଉନ ଅବଧି ବୃଦ୍ଧି କରାଯିବ ବୋଲି ଅନୁମାନ କରାଯାଉଥିଲା। କିନ୍ତୁ ଏହାକୁ ଆଉ ବୃଦ୍ଧି କରାଯିବ ନାହିଁ ବୋଲି ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି।

Share