Categories: ଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ଏଥିପାଇଁ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ୭୦ ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହାର ସମୟ ସୀମା ସକାଳ ୧୧ଟାରୁ ଅପରାହ୍ନ ୩ଟା ଯାଏଁ ରହିଛି। ତେବେ ଏହି ନାମାଙ୍କନ ଦାଖଲର ଶେଷ ତାରିଖ ଜାନୁୟାରୀ ୨୧କୁ ରଖାଯାଇଛି। ଜାନୁୟାରୀ ୨୨ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ୨୪ରେ ପ୍ରତ୍ୟାହାରର ଶେଷ ତାରିଖ। ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭାର କାର୍ଯ୍ୟକାଳ ଫେବୃୟାରୀ ୨୨ରେ ଶେଷ ହେଉଛି। ତେବେ ନିୟାମାନୁସାରେ ଏହା ପୂର୍ବରୁ ଅର୍ଥାତ୍‌ ଫେବୃୟାରୀ ୮ରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏହାର ଫଳାଫଳ ୧୧ରେ ଘୋଷଣା କରାଯିବ। ପ୍ରାୟ ୧.୪୬ କୋଟି ମତଦାତା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।

Share