ଭୁବନେଶ୍ୱର, ୨୮।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତକୁ ବିରୋଧକରି ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଆହ୍ବାନକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଦେଶରେ ତଥା ଦିଲ୍ଲୀରେ ଦଙ୍ଗା ପାଇଁ ଦାୟୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବିରେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟିର ନେତୃବୃନ୍ଦ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ତାଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ଏଥିସହ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ରଶ୍ମି ମହାପାତ୍ରଙ୍କ ନେତୃତ୍ୱରେ ଏହି ରାଲି କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଣ୍ଟିନ ଛକ ପର୍ଯ୍ୟନ୍ତ ଯାଇଥିଲା।
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ