ଦୁଇ କିଡନୀ ହରାଇଛନ୍ତି ସାମ୍ବାଦିକ: ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୨ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ପାଇଁ ସ୍ବତନ୍ତ୍ର ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଢେଙ୍କାନାଳ ଜିଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନୀ ପ୍ରତିରୋପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ପ୍ରାରମ୍ଭିକ ସହାୟତା ଭାବେ ୨ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ପରାମର୍ଶଦାତା(ଗଣମାଧ୍ୟମ) ମାନସ ମଙ୍ଗରାଜ ଏହି ସହାୟତା ରାଶି ପ୍ରଦାନ କରିଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ବରିଷ୍ଠ ଖବରଦାତା ଢେଙ୍କାନାଳର ଆଦିତ୍ୟ ପଣ୍ଡା କିଡନୀ ଜନିତ ରୋଗରେ ପୀଡ଼ିତ ହେବା ଯୋଗୁ ଦୁଇଟି ଯାକ କିଡନୀ ହରାଇଛନ୍ତି। ଏପରିସ୍ଥଳେ ତାଙ୍କ ଭଉଣୀ ତାଙ୍କୁ ଗୋଟିଏ କିଡନୀ ପ୍ରଦାନ କରିବାକୁ ସହମତି ପ୍ରକାଶ କରିଛନ୍ତି। ଏପରିସ୍ଥଳେ କିଡନୀ ପ୍ରତିରୋପଣ ପାଇଁ ୨ ଲକ୍ଷ ଟଙ୍କାର ଆବଶ୍ୟକତା ରହିଥିଲା। ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ଶୁକ୍ରବାର ତାଙ୍କୁ ପ୍ରାରମ୍ଭିକ ସହାୟତା ପ୍ରଦାନ କରାଯାଇଛି। ସହାୟତା ପାଇଥିବା ଆଦିତ୍ୟ ମଧ୍ୟ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।

Share